ଅଦିନିଆ ବର୍ଷାରେ ଫସଲ କ୍ଷତି ଯୋଗୁଁ ଚାଷୀଙ୍କ ଆତ୍ମହତ୍ୟା

ଅଦିନିଆ ବର୍ଷାରେ ଫସଲ କ୍ଷତି ଯୋଗୁଁ ଚାଷୀଙ୍କ ଆତ୍ମହତ୍ୟା

ବ୍ରହ୍ମପୁର: ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅଧୀନ ବଡ଼ମାଧପୁର ପଞ୍ଚାୟତ ଅଧୀନ ବରଙ୍ଗ ଗାଁର ଜଣେ ଚାଷୀ ଘରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି। ଚାଷୀ ଜଣକ ହେଲେ ବରଙ୍ଗ ଗ୍ରାମର ବନମାଳୀ ପେଣ୍ଠେଇ (୬୪)। ଅଦିନିଆ ବର୍ଷାରେ ଧାନ ଫସଲ ବ୍ୟାପକ କ୍ଷତି ହେବାରୁ ଏହା ସହି ନ ପାରି ସେ ଏଭଳି ଚରମ ପଦକ୍ଷେପ ନେଇଥିବା ଜଣାଯାଇଛି। ତାଙ୍କର ୪ ଝିଅ, ଗୋଟେ ପୁଅ ବିବାହ କରି ସାରିଛନ୍ତି।୫ ଏକର ଜମିରେ ଧାନ ଫସଲ ଭାଗ ଚାଷୀ ହିସାବରେ ଚାଷ କରିଥିଲେ ଏବଂ ନିଜର ୨ ଭରଣ ଜମିରେ ମଧ୍ୟ ଧାନ ଚାଷ କରିଥିଲେ। ସମସ୍ତ ଧାନ ଫସଲ ଅଦିନିଆ ଲଗାଣ ବର୍ଷାରେ ଉଜୁଡି ଯାଇଛି। କ୍ଷେତରେ କଟା ହେବା ଧାନ ପଡ଼ି ରହି ଗଜା ହୋଇଯାଇଛି।ପ୍ରାୟ ୨ ଲକ୍ଷ ଟଙ୍କା ଅନ୍ୟ ଠାରୁ ଧାର କରଜ କରି ସେ ଚାଷ କରିଥିଲେ ବୋଲି ଜଣାଯାଇଛି। କ୍ଷତି ସହି ନପାରି ସେ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ଏସମ୍ପର୍କରେ ଖବର ପାଇ ଛତ୍ରପୁର ଥାନା ପୋଲିସ ଓ ରାଜସ୍ବ ଅଧିକାରୀ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।

ରିପୋର୍ଟ :କୈଳାଶ ଚନ୍ଦ୍ର ଚୌଧୁରୀ!

Leave a Reply

Your email address will not be published. Required fields are marked *