ଅଦିନିଆ ବର୍ଷା ପ୍ରଭାବରୁ ଅମଳ ଧାନର ସୁରକ୍ଷା ନିମନ୍ତେ ପଦକ୍ଷେପ ଭୁବନେଶ୍ୱର: ଅଦିନିଆ ବର୍ଷାରୁ ଅମଳ ଫସଲର ସୁରକ୍ଷା ପାଇଁ ବ୍ୟାପକ ପଦକ୍ଷେପ ନିଆଯାଇଛି । ରାଜ୍ୟରେ ଖରିଫ ଧାନସଂଗ୍ରହ ପ୍ରକ୍ରିୟା ଜାରି ରହିଥିବାବେଳେ ଅଦିନିଆ ବର୍ଷା ବିଭିନ୍ନ ଜିଲ୍ଲା ମାନଙ୍କରେ ମଧ୍ୟ ଜାରି ରହିଛି । ଏହି ଅଦିନିଆ ବର୍ଷାକୁ ଦୃଷ୍ଟିରେ ରଖି ଧାନକିଣା ପ୍ରକ୍ରିୟାକୁ ଚାଲୁ ରଖିବା ସହିତ ଅମଳ ଧାନର ସୁରକ୍ଷା ପାଇଁ ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ଆବଶ୍ୟକୀୟ ଆଗୁଆ ପଦକ୍ଷେପ ଗ୍ରହଣ କରାଯାଇଛି । ଚାଷୀମାନଙ୍କୁ ଆଗୁଆ ସଚେତନ କରାଯିବା ସହ ପାଣିପାଗ ସଂପର୍କରେ ସୂଚନା ଦିଆଯାଇଛି । ଏଥି ନିମନ୍ତେ ସମସ୍ତ ଜିଲ୍ଲାପାଳ ଓ ଜିଲ୍ଲା ଯୋଗାଣ ଅଧିକାରୀ ଏ ଦିଗରେ ବିହିତ ପଦକ୍ଷେପ ଗ୍ରହଣ କରିଛନ୍ତି । ମଣ୍ଡିରେ ଗଚ୍ଛିତ ଥିବା ଧାନଗୁଡ଼ିକୁ ଘୋଡେଇ ରଖିବା ନିମନ୍ତେ ଆବଶ୍ୟକ ପଲିଥିନ୍ ଯୋଗାଇଦେବା ପାଇଁ ପରାମର୍ଶ ଦିଆଯାଇଛି । ଏଥି ସହ ଅଗ୍ରାଧିକାର ଭିତ୍ତିରେ ଧାନ ଉଠାଣ ପାଇଁ ମିଲରମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଧାନଗୁଡ଼ିକର ସଂରକ୍ଷଣ ଏବଂ ବର୍ଷାରୁ ସୁରକ୍ଷିତ ରଖିବା ପାଇଁ ବିଭିନ୍ନ ପର୍ଯ୍ୟାୟରେ ଅଧିକାରୀମାନଙ୍କ ପକ୍ଷରୁ ଚାଷୀମାନଙ୍କୁ ପରାମର୍ଶ ଦିଆଯାଉଛି । ଧାନ ରଖା ଯାଇଥିବା ସ୍ଥାନର ଚାରି ପାଖରେ ବର୍ଷା ଜଳ ନିଷ୍କାସନ ବ୍ୟବସ୍ଥା ଓ ଉପଯୁକ୍ତ ସୁରକ୍ଷା ଥିବା ଗାଡି ମାଧ୍ୟମରେ ଧାନ ପରିବହନ କରିବାକୁ ମଧ୍ୟ୍ୟ ଆବଶ୍ୟକୀୟ ନିର୍ଦ୍ଦେଶ ଜାରି କରାଯାଇଛି । ଏଥିସହ ଦରକାର ପଡିଲେ ତ୍ୱରିତ ପଦକ୍ଷେପ ନେବା ପାଇଁ ଅଧିକାରୀ ମାନଙ୍କୁ ନିଯୁକ୍ତି କରାଯାଇଛି । ଏତଦବ୍ୟତୀତ ପାଣିପାଗ ଉପରେ ନଜର ରଖାଯାଇ ବିହିତ ପଦକ୍ଷେପ ଗ୍ରହଣ କରାଯାଉଛି । ରାଜ୍ୟରେ ଅଦିନିଆ ବର୍ଷା ନେଇ ସ୍ୱତନ୍ତ୍ର ରିଲିଫ୍ କମିଶନରଙ୍କ ପକ୍ଷରୁ ସଂପୃକ୍ତ ବିଭାଗଗୁଡ଼ିକୁ ସୂଚନା ଦିଆଯିବା ପରେ ଏନେଇ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ଜିଲ୍ଲାପାଳ, ଜିଲ୍ଲା ଯୋଗାଣ ଅଧିକାରୀ ଏବଂ ସମ୍ପୃକ୍ତ ଅଧିକାରୀ ମାନଙ୍କୁ ଏ ସଂପର୍କରେ ଅବଗତ କରାଯାଇଛି ।
Related Posts

ଜିଲ୍ଲା ସ୍ତରୀୟ ମହାରାଜ ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ୧୩୩ତମ ଜୟନ୍ତୀ ଉତ୍ସବ ପାଳିତ
ଜିଲ୍ଲା ସ୍ତରୀୟ ମହାରାଜ ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ୧୩୩ତମ ଜୟନ୍ତୀ ଉତ୍ସବ ପାଳିତ ଆର,ଉଦୟଗିରି(ମନୋଜ କୁମାର ପାଢୀ୨୬/୪/ପାରଳାଖେମୁଣ୍ଡି,ସ୍ଵତନ୍ତ୍ର ଓଡିଶା ପ୍ରଦେଶ ଗଠନର ମୁଖ୍ୟ ପୁରୋଧା,…

ମୋହନା ବ୍ଲକରେ ଉଦ୍ୟାନ କୃଷି ଭିତ୍ତିକ କାର୍ଯ୍ୟକ୍ରମ ଗୁଡିକର ପ୍ରସାର ଓ ଦକ୍ଷତା ବୃଦ୍ଧି କର୍ମଶାଳା ଅନୁଷ୍ଠିତ ।
ମୋହନା ବ୍ଲକରେ ଉଦ୍ୟାନ କୃଷି ଭିତ୍ତିକ କାର୍ଯ୍ୟକ୍ରମ ଗୁଡିକର ପ୍ରସାର ଓ ଦକ୍ଷତା ବୃଦ୍ଧି କର୍ମଶାଳା ଅନୁଷ୍ଠିତ । ଆର,ଉଦୟଗିରି(ମନୋଜ କୁମାର ପାଢୀ/୫/୯/୨୪ ଗଜପତି ଜିଲ୍ଲା ମୋହନା…

ଆସନ୍ତା ୧୮ରୁ ଶ୍ରୀମନ୍ଦିରରେ ଦର୍ଶନ କଟକଣା
ଆସନ୍ତା ୧୮ରୁ ଶ୍ରୀମନ୍ଦିରରେ ଦର୍ଶନ କଟକଣା ପୁରୀ: କାର୍ତ୍ତିକ ମାସରେ ପୁରୀ ଶ୍ରୀମନ୍ଦିରରେ ଦର୍ଶନ କଟକଣା ଲାଗୁ ହେବ।ଅକ୍ଟୋବର ୧୮ରୁ ଲାଗୁ ହେବ କଟକଣା।ଭକ୍ତଙ୍କୁ କେବଳ ସିଂହଦ୍ବାର…