ଗଜପତି ରେ ବରିଷ୍ଟ ଓକିଲ ଙ୍କୁ ଏସିଡ ମାଡ ଘଟଣାରେ ସମ୍ପୃକ୍ତ ଆସାମୀ ଙ୍କୁ ଗିରଫ ସହ ଓକିଲ ମାନଙ୍କୁ ସୁରକ୍ଷା ଦେବା ନିମନ୍ତେ ଆଇନ ଆଣିବା ନିମନ୍ତେ ମୁଖ୍ୟମନ୍ତ୍ରୀ ଙ୍କ ଉଦ୍ଦେଶ୍ୟରେ ଦାବୀପତ୍ର ପ୍ରଦାନ । ଆର, ଉଦୟଗିରି(ମନୋଜ କୁମାର ପାଢୀ)- ଆଜି ଗଜପତି ଜିଲ୍ଲା ଅନ୍ତର୍ଗତ ମୋହନା ବ୍ଲକ ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ଅଦାଲତ ଠାରେ କାର୍ଯ୍ୟ କରୁଥିବା ଓକିଲ ତଥା ମୋହନା ଓକିଲ ସଂଘ ଏକତ୍ରିତ ହୋଇ କୋର୍ଟ ପରିସର ରୁ ଏକ ଶୋଭାଯାତ୍ରା ରେ ବାହାରି ସ୍ଥାନୀୟ ତହସିଲ କାର୍ଯ୍ୟାଳୟ ଠାରେ ପହଞ୍ଚି ତହସିଲଦାର ଙ୍କ ଅନୁପସ୍ଥିତିରେ ତହସିଲ ଅଫିସ ର ବରିଷ୍ଟ କିରାଣୀ ଙ୍କୁ ରାଜ୍ୟ ମୁଖ୍ୟମନ୍ତ୍ରୀ ଙ୍କ ଉଦ୍ଦେଶ୍ୟରେ ଏକ ଦାବୀ ପତ୍ର ପ୍ରଦାନ କରିଥିଲେ। ସେହି ଦାବୀ ପତ୍ରରେ ଉଲ୍ଲେଖ କରିଛନ୍ତି ଯେ ଚଳିତ ମାସ ନ’ତାରିଖ ଅପରାହ୍ନ ୪.୩୦ ମିନିଟ ସମୟରେ ପାରଳାଖେମୁଣ୍ଡି ର ବରିଷ୍ଟ ଓକିଲ ପି. ରାମା ରାଓ ଘରେ ବିଶ୍ରାମ ନେଉଥିବା ସମୟରେ ଦୁଇ ଜଣ ମୁଖା ଧରି ଦୁର୍ବୃତ୍ତ ବୁଲେଟ୍ ରେ ଆସି କବାଟ ବାଡେଇ ଡାକି ଅତର୍କିତ ଏସିଡ ମାଡ କରି ସେହି ଦିନ ଠାରୁ ଫେରାର ଅଛନ୍ତି। ସେହି ଘଟଣା ଫଳରେ ବରିଷ୍ଟ ଓକିଲ ଜଣକ ଗୁରୁତର ଅବସ୍ଥାରେ ଚିକିତ୍ସିତ ହେଉଛନ୍ତି। ଆସାମୀ ମାନଙ୍କୁ ଯଥା ଶୀଘ୍ର ଗିରଫ କରିବା ସହ ଓକିଲ ମାନଙ୍କୁ ସୁରକ୍ଷା ଦେବା ନିମନ୍ତେ ଏକ ଆଇନ ଆଣିବା ନିମନ୍ତେ ମୁଖ୍ୟମନ୍ତ୍ରୀ ଙ୍କୁ ଅନୁରୋଧ କରି ଦାବୀ ପତ୍ର ପ୍ରଦାନ କରିଛନ୍ତି। ଏହି ଦାବୀ ପତ୍ର ପ୍ରଦାନ ସହ ଶୋଭାଯାତ୍ରା ର ନେତୃତ୍ଵ ନେଇଥିଲେ ବାର ଆସୋସିଏସନ୍ ର ସଭାପତି ସନ୍ତୋଷ କୁମାର ପାଢ଼ୀ ଏବଂ ସଂଗଠନ ର କର୍ମକର୍ତ୍ତା। ଏବଂ ଶୋଭାଯାତ୍ରା ରେ ସମସ୍ତ ଓକିଲ ସହଯୋଗ କରିଥିବା ଦେଖିବାକୁ ମିଳିଥିଲା।
Related Posts
ରାମନାଗୁଡ଼ା ବ୍ଲକ ଅଧ୍ୟକ୍ଷଙ୍କ ଦ୍ଵାରା କୀଟନାଶକ ଔଷଧ ଉପଚାରିତ ମଶାରୀ ବଣ୍ଟନ ଉଦ୍ ଘାଟିତ
ରାମନାଗୁଡ଼ା ବ୍ଲକ ଅଧ୍ୟକ୍ଷଙ୍କ ଦ୍ଵାରା କୀଟନାଶକ ଔଷଧ ଉପଚାରିତ ମଶାରୀ ବଣ୍ଟନ ଉଦ୍ ଘାଟିତ ରାୟଗଡା : ରାୟଗଡା ଜିଲ୍ଲା ରାମନାଗୁଡା ବ୍ଲକ ଅନ୍ତର୍ଗତ ବଡ଼ କୁଜେନ୍ଦ୍ରୀ…
ରାଜ୍ୟ ସ୍ତରୀୟ ସମ୍ବିଧାନ ଦିବସ ପାଳିତ; ସମ୍ବିଧାନର ମୂଲ୍ୟବୋଧ ପ୍ରତି ସଚେତନ ରହି ନିଜର ମୌଳିକ କର୍ତ୍ତବ୍ୟକୁ ପାଳନ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ବାନ
ରାଜ୍ୟ ସ୍ତରୀୟ ସମ୍ବିଧାନ ଦିବସ ପାଳିତ; ସମ୍ବିଧାନର ମୂଲ୍ୟବୋଧ ପ୍ରତି ସଚେତନ ରହି ନିଜର ମୌଳିକ କର୍ତ୍ତବ୍ୟକୁ ପାଳନ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ବାନ ଭୁବନେଶ୍ୱର: ଆଜି ନଭେମ୍ବର…
ବରଗଡ ଜିଲ୍ଲା ଥୁଆପାଲି ବଡ କେନାଲ ଠାରେ ବିହାରୀ ସଂପ୍ରଦାୟର ଛଟ୍ ପୂଜା ଆରମ୍ଭ ହୋଇଯାଇଛି।
ବରଗଡ ୭,୧୧(ଭବାନୀ ଶଙ୍କର ପାଢ଼ୀ) ବରଗଡ ଜିଲ୍ଲା ଥୁଆପାଲି ବଡ କେନାଲ ଠାରେ ବିହାରୀ ସଂପ୍ରଦାୟର ଛଟ୍ ପୂଜା ଆରମ୍ଭ ହୋଇଯାଇଛି।ଏଥିରେ ଅସ୍ତଗାମୀ ସୂର୍ଯ୍ୟ ଓ ଉଦୟ…