ପୋଲସରା: ଗଞ୍ଜାମ ଜିଲ୍ଲା ପୋଲସରା ବିଧାନସଭା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ନିରଞ୍ଜନ ପ୍ରଧାନଙ୍କ ଆଜି ରାତିରେ ପରଲୋକ ଘଟିଛି। ଦୀର୍ଘଦିନ ଧରି ଅସୁସ୍ଥତା ହେତୁ ସେ ଭୁବନେଶ୍ବରର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିଲେ। ତାଙ୍କ ମୃତ୍ୟୁ ଖବର ହେବା ପ୍ରଚାର ହେବା କ୍ଷଣି ପୋଲସରାରେ ଶୋକର ଛାୟା ଖେଳିଯାଇଛି। ୨୦୦୪ରେ ସେ ବିଜେଡିରୁ କୋଦଳା ବିଧାନସଭା ନିର୍ବାଚନମଣ୍ଡଳୀ ଓ ୨୦୦୯ରେ ପୋଲସରା ବିଧାନସଭା ନିର୍ବାଚନମଣ୍ଡଳୀରୁ ଲଗାତାର ଦୁଇଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ।
ଗଞ୍ଜାମ ଜିଲ୍ଲା ପୋଲସରା ବିଧାନସଭା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ନିରଞ୍ଜନ ପ୍ରଧାନଙ୍କ ପରଲୋକ ଘଟିଛି।
