ଚନ୍ଦ୍ରପୁର ବ୍ଲକ ସଦର ମହକୁମା ଠାରେ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ l ରାୟଗଡ : ୧୨/୧୧/୨୦୨୪ ତାରିଖ ଦିନ ରାୟଗଡା ଜିଲ୍ଲା ପ୍ରଶାସନ ତରଫରୁ ଚନ୍ଦ୍ରପୁର ବ୍ଲକସଦର ମହକୁମାସ୍ଥିତ ସଦଭାବନା ସଭାଗୃହ ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଛି । ରାୟଗଡା ଅତିରିକ୍ତ ଜିଲ୍ଲାପାଳ ଭାସ୍କର ରଇତଙ୍କ ଅଧ୍ୟକ୍ଷତlରେ ଅନୁଷ୍ଠିତ ଏହି ଅଭିଯୋଗ ଶୁଣାଣି ଶିବିରରେ ଗୁଣପୁର ଉପ ଜିଲ୍ଲାପାଳ, କିରନଦୀପ କୌର ସାହୋତା, ଜିଲ୍ଲା ମୁଖ୍ୟ ଚିକିତ୍ସା ତଥା ଜନସ୍ୱାସ୍ତ୍ୟ ଅଧିକାରୀ ଲାଲ ମୋହନ ରାଉତରାୟ, ଚନ୍ଦ୍ରପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ କୃଷ୍ଣ ଚନ୍ଦ୍ର ଦଳପତି, ତହସିଲଦାର ଆଶିଷ କୁମାର ନାୟକ ଉପସ୍ଥିତ ରହି ଜନସାଧାରଣଙ୍କୁ ବିଭିନ୍ନ ଅଭିଯୋଗ ଶୁଣାଣି କରିଥିଲେ l ଆଜି ମୋଟ ୬୮ଟି ଅଭିଯୋଗ ଅତିରିକ୍ତ ଜିଲ୍ଲାପାଳ ଗ୍ରହଣ କରିଥିଲେ । ସେଥି ମଧ୍ୟରୁ ୫୩ଟି ବ୍ୟକ୍ତିଗତ ଅଭିଯୋଗ ଥିଲା ବେଳେ ୧୫ଗୋଟି ଗ୍ରାମ ବାସୀ ମାନଙ୍କର ସାମୂହିକ ଅଭିଯୋଗ ଥିଲା l ବିଶେଷ କରି ଆବାସ ଯୋଜନାରେ ଘର, ସ୍ବାସ୍ଥ୍ୟଗତ ସମସ୍ୟା, ଜମାଜମା, ପାରିବାରିକ ସମସ୍ୟା ,ଜଳସେଚନ, ଭତ୍ତା, ରାସ୍ତା ନିର୍ମାଣ, ଅଙ୍ଗନବାଡି ଗୃହ ନିର୍ମାଣ ସହ ଅନ୍ୟାନ୍ୟ ସମସ୍ୟା ଅଭିଯୋଗ ପଞ୍ଜିକୃତ ହୋଇଥିଲା । ଏହି ଅଭିଯୋଗ ଶିବିରରେ ମୁନିଗୁଡା ଉପଖଣ୍ଡ ଆରକ୍ଷୀ ଅଧିକାରୀ, ଜିଲ୍ଲା ନିୟୋଜନ ଅଧିକାରୀ ତତ୍ୱ ମସି ମହାପାତ୍ର, ଅତିରିକ୍ତ ମଙ୍ଗଳ ଅଧିକାରୀ, ଆଞ୍ଚଳିକ ପରିବହନ ଅଧିକାରୀ ଶିବଶଙ୍କର ଚୌଧୁରୀ, ଜିଲ୍ଲା କୃଷି ଅଧିକାରୀ, ଅତିରିକ୍ତ ଯୋଗାଣ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ, ମଧ୍ୟମ ଜଳସେଚନ ଅଧିକ୍ଷଣ ଯନ୍ତ୍ରୀ, ଉଠା ଜଳସେଚନ ନିର୍ବାହୀ ଯନ୍ତ୍ରୀ, ରାସ୍ତା ଓ କୋଠାବାଡ଼ି ନିର୍ବାହୀ ଯନ୍ତ୍ରୀ, ଟାଟା ପାୱାର ସହକାରୀ ଯନ୍ତ୍ରୀ, ଗ୍ରାମ୍ୟ ଉନ୍ନୟନ ନିର୍ବାହୀ ଯନ୍ତ୍ରୀ, ଗ୍ରାମ୍ୟ ଜଳ ଯୋଗାଣ ନିର୍ବାହୀ ଯନ୍ତ୍ରୀ, ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଧନଞ୍ଜୟ ବେହେରା, ଉପଖଣ୍ଡ ସାମାଜିକ ସୁରକ୍ଷା ଅଧିକାରୀ ଏଲ ସନ୍ତୋଷ କୁମାର,ଓ ଅନ୍ୟାନ୍ୟ ଜିଲ୍ଲା ସ୍ତରିୟ, ଅଧିକାରୀ ମାନେ ଉପସ୍ଥିତ ରହି ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଗୁଡିକର ଶୁଣାଣୀ କରିଥିଲେ । ଅତିରିକ୍ତ ଜିଲ୍ଲାପାଳ ଆଜିର ଅଭିଯୋଗ ଗୁଡିକୁ ପାଇଲା ପରେ ବିଭାଗୀୟ ଅଧିକାରୀ ମାନଙ୍କୁ ତୁରନ୍ତ ଫଇସଲା ନିମନ୍ତେ ନିର୍ଦ୍ଦେଶ ଦେଇଥିଲେ ।ରାୟଗଡା ରୁ ଅମୁଲ୍ୟ ନିଶଙ୍କ ଙ୍କ ରିପୋର୍ଟ
Related Posts

ଅସହ୍ୟ ଗରମ ଓ ଗୁଳୁଗୁଳି ଯୋଗୁ ୧୪ ହଜ୍ଯାତ୍ରୀଙ୍କ ମୃତ୍ୟୁ ହୋଇଛି।
ଅସହ୍ୟ ଗରମ ଓ ଗୁଳୁଗୁଳି ଯୋଗୁ ୧୪ ହଜ୍ଯାତ୍ରୀଙ୍କ ମୃତ୍ୟୁ ହୋଇଛି। ସମସ୍ତ ମୃତକ ଜୋର୍ଡାନ ନାଗରିକ ବୋଲି ସୂଚନା ମିଳିଛି। ଏଥିସହ ୧୭ରୁ ଅଧିକ ଯାତ୍ରୀ…

ଝିଗିଡି ପ୍ରାଥମିକ ସେବାଶ୍ରମ ର 3 ବାର୍ଷିକ ଉତ୍ସବ ପାଳିତ
ଝିଗିଡି ପ୍ରାଥମିକ ସେବାଶ୍ରମ ର 3 ବାର୍ଷିକ ଉତ୍ସବ ପାଳିତ ରାୟଗଡା : ରାୟଗଡା ଜ଼ିଲ୍ଲା ଆନ୍ତର୍ଗତ ବିଷମକଟକ ବ୍ଲକ ର ଝିଗିଡି ପଞ୍ଚାୟତ ଅଧିନସ୍ଥ ପ୍ରାଥମିକ…

ଭୁବନେଶ୍ୱରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
ଭୁବନେଶ୍ୱରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭୁବନେଶ୍ୱର: ଭୁବନେଶ୍ଵରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ପ୍ରଧାନମନ୍ତ୍ରୀ।ସ୍ଥାନୀୟ ବିଜୁ ଆନ୍ତର୍ଜାତୀୟ ପଟ୍ଟନାୟକ…