ଝରାପାଲି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି।

ଝରାପାଲି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି।

ବରଗତ – (ଭବାନୀ ଶଙ୍କର ପାଢ଼ୀ) ବରଗଡ ଜିଲ୍ଲା ଭେଡେନ ବ୍ଲକ ସଂକ୍ରିଡା ପଞ୍ଚାୟତ ର ଝରାପାଲି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି।ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଭେଡେନ ବ୍ଲକ ଜିଲ୍ଲା ପରିଷଦ ୨ ସଭ୍ୟ ସତ୍ୟଜିତ ପୁରୋହିତ। ଏଥିରେ ସମ୍ମାନିତ ଅତିଥି ଭାବେ ସଂକ୍ରିଡା ସରପଞ୍ଚ ଜୟନ୍ତୀ ସେଠ, ସଂକ୍ରିଡା ପେକ୍ସ ର ସଭାପତି ସୁବ୍ରତ କୁମାର ଚାନ୍ଦ, ସିଆରସିସି ବିଶ୍ୱଜିତ ମହାପାତ୍ର ଯୋଗ ଦେଇ ଛାତ୍ର ଛାତ୍ରୀ ମାନଙ୍କୁ ଶିକ୍ଷା,ସମସ୍ତ ବିଷୟରେ ପାରଙ୍ଗମ ହୋଇ, ଭବିଷ୍ୟତ ରେ ସୁନାଗରିକ ହେବାକୁ ପରାମର୍ଶ ଦେଇଥିଲେ । ସହକାରୀ ଶିକ୍ଷକ ପ୍ରଦ୍ୟୁତ କୁମାର ପଣ୍ଡା ବାର୍ଷିକ ବିବରଣୀ ପାଠ କରିଥିଲେ।ଏହି ସମୟରେ ବିଦ୍ୟାଳୟ ର ସମସ୍ତ ଛାତ୍ରଛାତ୍ରୀ, ପରିଚାଳନା କମିଟି ସଭ୍ୟ ସଭ୍ୟା ଉପସ୍ଥିତ ଥିଲେ। , ଶିକ୍ଷୟିତ୍ରୀ କୁମୁଦିନୀ ବେହେରା, ସୂର୍ଯ୍ୟମୁଖୀ ପ୍ରଧାନ ପରିଚାଳନା ରେ ସହଯୋଗ କରିଥିଲେ। ପରିଶେଷରେ ସହକାରୀ ଶିକ୍ଷୟିତ୍ରୀ ଆଲ୍ଲାଦିନୀ ମହାନଂଦ ଧନ୍ୟବାଦ ଅର୍ପଣ କରିଥିଲେ।

Leave a Reply

Your email address will not be published. Required fields are marked *