ଫେବୃୟାରୀ ୩ ରେ ଜନ ଅଭିଯୋଗ ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର : ଆଗାମୀ ଫେବୃୟାରୀ ୩ ତାରିଖ (ସୋମବାର)ରେ ଓଡ଼ିଶା ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ୟୁନିଟ୍-୫, ଭୁବନେଶ୍ୱର ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ । ଏହି ଅଭିଯୋଗ ଶୁଣାଣି ପାଇଁ ଅନଲାଇନ ପଞ୍ଜୀକରଣ ଜାନୁଆରୀ ୩୧ ତାରିଖ ଦିବା ୧୧ ଘଟିକା ଠାରୁ ଆରମ୍ଭ ହେବ ଏବଂ ସର୍ବାଧିକ ୧୦୦୦ ଜଣ ପଞ୍ଜୀକରଣ କରିପାରିବେ । ଏଥିନିମନ୍ତେ, ଆଗ୍ରହୀ ଜନସାଧାରଣ ଜନଶୁଣାଣି ପୋର୍ଟାଲ (https://janasunani.odisha.gov.in/) ଅଥବା ଜନଶୁଣାଣି ମୋବାଇଲ ଆପ୍ଲିକେଶନ ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବା ପାଇଁ ପଞ୍ଜୀକରଣ କରିପାରିବେ । ଜନସାଧାରଣ ପଞ୍ଜୀକୃତ ପ୍ରାପ୍ତି ସ୍ଵୀକାର ପତ୍ର ଏବଂ ବ୍ୟକ୍ତିଗତ ପରିଚୟ ପତ୍ର ତଥା ନିଜର ଅଭିଯୋଗ ପତ୍ର ସହ ଦର୍ଶାଯାଇଥିବା ସ୍ଥାନରେ ନିର୍ଦ୍ଧାରିତ ସମୟରେ ଉପସ୍ଥିତ ରହି ନିଜର ଅଭିଯୋଗ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇପାରିବେ । ଏ ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
Related Posts

ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ ଅବସରରେ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ!
ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ ଅବସରରେ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ଭୁବନେଶ୍ୱର: ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ରାଜ୍ୟସ୍ତରୀୟ…

ଧାନକିଣା ନିମନ୍ତେ ସଚେତନତା ବ୍ୟାପକ ସଚେତନତା ସୃଷ୍ଟି
ଧାନକିଣା ନିମନ୍ତେ ସଚେତନତା ବ୍ୟାପକ ସଚେତନତା ସୃଷ୍ଟି ଭୁବନେଶ୍ବର: ଚଳିତ ଖରିଫ ଋତୁରେ ଧାନ ବିକ୍ରୟ ନିମନ୍ତେ ଚାଷୀମାନଙ୍କ ମଧ୍ୟରେ ବ୍ୟାପକ ସଚେତନତା ସୃଷ୍ଟି ପାଇଁ ସରକାର…

ଆନ୍ତର୍ଜାତୀୟ ଓଡ଼ିଶୀ ନୃତ୍ୟ ଉତ୍ସବ ଏକ ବର୍ଣ୍ଣାଢ୍ୟ ଓ ମନୋଜ୍ଞ ପରିବେଶରେ ଉଦ୍ଘାଟିତ
ଆନ୍ତର୍ଜାତୀୟ ଓଡ଼ିଶୀ ନୃତ୍ୟ ଉତ୍ସବ ଏକ ବର୍ଣ୍ଣାଢ୍ୟ ଓ ମନୋଜ୍ଞ ପରିବେଶରେ ଉଦ୍ଘାଟିତ ଭୁବନେଶ୍ୱର : ଓଡ଼ିଶା ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୁଲ୍ୟରେ…