ଶ୍ରେଷ୍ଠ ସାହିତ୍ୟ କୃତି ପାଇଁ ପ୍ରତି ବର୍ଷ ଇମ୍ଫାଚାରିଟେବଲ ଟ୍ରଷ୍ଟ (ଇମ୍ପାକ୍ଟ) ପକ୍ଷରୁ ପ୍ରଦାନ କରାଯାଉଥିବା ମର୍ଯ୍ୟାଦାଜନକ ‘ଶାରଳା ପୁରସ୍କାର’ ଚଳିତବର୍ଷ ବିଶିଷ୍ଟ ବାମାବାଦୀ ଲେଖିକା ସରୋଜିନୀ ସାହୁଙ୍କୁ ପ୍ରଦାନ କରାଯିବ। ୨୦୧୯ ମସିହାରେ ସୃଜନ ଇଣ୍ଡିଆ ଦ୍ୱାରା ପ୍ରକାଶିତ ଉପନ୍ୟାସ ‘ଅସ୍ଥିର ପାଦ’ ପାଇଁ ସେ ଏହି ପୁରସ୍କାର ଲାଭ କରିବେ। ଆଗାମୀ ଅକ୍ଟୋବର ୨୬ ତାରିଖରେ ଏକ ବର୍ଣ୍ଣାଢ଼୍ୟ ସାରସ୍ୱତ ସମାବେଶରେ ଲେଖକଙ୍କୁ ଉତ୍ତରୀୟ, ସମ୍ମାନପତ୍ର, ଫଳକ ସହିତ ପାଞ୍ଚଲକ୍ଷ ଟଙ୍କାର ଅର୍ଥରାଶି ପ୍ରଦାନ କରାଯିବ। ସେହିପରି ବିଖ୍ୟାତ ଭାସ୍କର୍ଯ୍ୟ ଶିଳ୍ପୀ ସୁଦର୍ଶନ ସାହୁ ଓ ପ୍ରସିଦ୍ଧ କଣ୍ଠ ଶିଳ୍ପୀ ତାନସେନ୍ ସିଂଙ୍କୁ ‘ଇଲା-ବଂଶୀଧର ପଣ୍ଡା କଳା ସମ୍ମାନ’ ପ୍ରଦାନ କରାଯିବ।
ମର୍ଯ୍ୟାଦାଜନକ ‘ଶାରଳା ପୁରସ୍କାର’ ଚଳିତବର୍ଷ ବିଶିଷ୍ଟ ବାମାବାଦୀ ଲେଖିକା ସରୋଜିନୀ ସାହୁଙ୍କୁ ପ୍ରଦାନ କରାଯିବ।
