ବରଗଡ – (ଭବାନୀ ଶଙ୍କର ପାଢ଼ୀ) ବରଗଡ ଜିଲ୍ଲା ଅତାବିରା ବ୍ଲକ କୁଲିତାଟୁକରା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ମାଁ ଚେରିଟେବୁଲ ଟ୍ରଷ୍ଟ ପକ୍ଷରୁ ବୀରସୁରେନ୍ଦ୍ର ସାଏ, ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଜୟନ୍ତୀ ପାଳନ ଅବସରରେ ମୁଖ୍ୟ ଅତିଥି ଭାବେ ମାଁ ଚେରିଟେବୁଲ ଟ୍ରଷ୍ଟ ର ଚେୟାରମ୍ୟାନ ସନ୍ତୋଷ କୁମାର ସେଠ ସମେତ ଅନ୍ୟାନ୍ୟ ପରିଚାଳନା କମିଟି ଭଦ୍ରବ୍ୟକ୍ତି ଯୋଗ ଦେଲେ ଦେଇଥିଲେ। ଛାତ୍ରଛାତ୍ରୀ ମାନଙ୍କ ବକ୍ତୃତା ଓ ସାଧାରଣଜ୍ଞାନ ପରୀକ୍ଷା ଅନୁଷ୍ଠିତ ହୋଇଥିଲା ଓ କୃତୀ ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା।ଏହି ସମୟରେ ବିଦ୍ୟାଳୟ ର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ପରିଚାଳନା ସହଯୋଗ କରିଥିଲେ।

