ରାଜ୍ୟର ବିଭିନ୍ନ ଭାଗରେ ଲଘୁଚାପ ବର୍ଷାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଆଜି ସମସ୍ତ ପୌରାଂଚଳକୁ ହାଇଆଲର୍ଟରେ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଏପଟେ ମାଲକାନଗିରି ଓ କୋରାପୁଟ ଜିଲ୍ଲାରେ ବର୍ଷା ବିତ୍ପାତ ପରେ ସ୍ଥିତିର ମୁକାବିଲା ପାଇଁ ରାଜ୍ୟ ସରକାର ଆଜି ଅଗ୍ନିଶମ ଡିଜି ସୁଧାଂଶୁ ଷଡ଼ଙ୍ଗୀ, ମାଲକାନଗିରି ଜିଲ୍ଲା ନୋଡାଲ ଅଫିସର ତଥା ଭିନ୍ନକ୍ଷମ ସଶକ୍ତିକରଣ ସଚିବ ବିଷ୍ଣୁପଦ ସେଠୀଙ୍କୁ ମାଲକାନଗିରିରେ ରହି ଆବଶ୍ୟକ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି । ଏହାସହିତ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହ ବର୍ଷାଜନିତ କ୍ଷୟକ୍ଷତି ଓ ସ୍ଥିତି ସମ୍ପର୍କରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ମଧ୍ୟ ଆଲୋଚନା କରିଥିବା ଜଣାପଡ଼ିଛି ।
ମାଲକାନଗିରି ଓ କୋରାପୁଟ ଜିଲ୍ଲାରେ ବର୍ଷା ବିତ୍ପାତ ପରେ ସ୍ଥିତିର ମୁକାବିଲା ପାଇଁ ରାଜ୍ୟ ସରକାର ଆଜି ଅଗ୍ନିଶମ ଡିଜି ସୁଧାଂଶୁ ଷଡ଼ଙ୍ଗୀ, ମାଲକାନଗିରି ଜିଲ୍ଲା ନୋଡାଲ ଅଫିସର ତଥା ଭିନ୍ନକ୍ଷମ ସଶକ୍ତିକରଣ ସଚିବ ବିଷ୍ଣୁପଦ ସେଠୀଙ୍କୁ ମାଲକାନଗିରିରେ ରହି ଆବଶ୍ୟକ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି ।
