୧୬ତମ ବ୍ରିକ୍ସ ସମ୍ମିଳନୀ‌ରେ ଯୋଗ‌ ଦେବା ପାଇଁ ରୁଷ୍‌ର କାଜାନରେ ଅବତରଣ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। 

ନୂଆଦିଲ୍ଳୀ: ୧୬ତମ ବ୍ରିକ୍ସ ସମ୍ମିଳନୀ‌ରେ ଯୋଗ‌ ଦେବା ପାଇଁ ରୁଷ୍‌ର କାଜାନରେ ଅବତରଣ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ସେଠାରେ ପହଞ୍ଚିବା ପରେ ତାଙ୍କୁ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଛି। ପ୍ରଧାନମନ୍ତ୍ରୀଙ୍କ ସେଠାରେ ରୁଷ୍‌ର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ ଦ୍ୱିପାକ୍ଷିକ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି।

ପୁଟିନଙ୍କ ବ୍ୟତୀତ ପ୍ରଧାନମନ୍ତ୍ରୀ ଚୀନ୍ ରାଷ୍ଟ୍ରପତି ସି ଜିନପିଙ୍ଗଙ୍କୁ ମଧ୍ୟ ଭେଟିବା ସହିତ ଅନ୍ୟ ବ୍ରିକ୍ସ ସଦସ୍ୟ ରାଷ୍ଟ୍ରର ନେତାଙ୍କ ସହ ଦ୍ୱିପାକ୍ଷିକ ଆଲୋଚନା କରିବାର ସମ୍ଭାବନା ରହିଛି।

Leave a Reply

Your email address will not be published. Required fields are marked *