୯ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ଗଜପତି ପୋଲିସ ଆର,ଉଦୟଗିରି୨୭।୧୧( ମନୋଜ ପାଢୀ ): ଗଜପତି ଜିଲା ଆରକ୍ଷୀ ଅଧିକ୍ଷକ ଯତୀନ୍ଦ୍ର କୁମାର ପଣ୍ଡାଙ୍କ ନିର୍ଦ୍ଦେଶରେ ଅପରେସନ ଗ୍ରୀନ କ୍ଲିନ୍ । ଅଡ଼ବା ଥାନା ଅନ୍ତର୍ଗତ ଗୁଲୁବା ଓ ଅନ୍ତରବା ପଞ୍ଚାୟତରେ ଥିବା ହାଚିପଙ୍କା ଓ କଣ୍ଟାପଦର ଗାଁ ନିକଟସ୍ଥ ଜଙ୍ଗଲ ଜମିରେ ବେଆଇନ ଗଞ୍ଜେଇ ଚାଷ ହୋଇଥିବା ବିଶେଷ ସୂତ୍ରରୁ ଗଜପତି ପୋଲିସ ଖବର ପାଇଥିଲା। ଏହାକୁ ନେଇ ବୁଧବାର ମୋହନା ଥାନା ଅଧିକାରୀଙ୍କ ନେତୃତ୍ୱରେ ଅଡବା ଥାନା ଅଧିକାରୀଙ୍କ ସହ ୭ ପ୍ଲାଟୁନ୍ ପୋଲିସ ଫୋର୍ସ, ଅବକାରୀ ବିଭାଗ ଓ ରାଜସ୍ବ ବିଭାଗ ପକ୍ଷରୁ ଉକ୍ତ ଜଙ୍ଗଲରେ ମିଳିତ ଚଢ଼ାଉ କରାଯାଇଥିଲା। ଚଢାଉରେ ୪୫ ଏକର ଗଞ୍ଜେଇ ଗଛ ନଷ୍ଟ କରାଯାଇଛି। ପ୍ରାୟ ୯୦,୦୦୦ ହଜାର ଗଞ୍ଜେଇ ଗଛ ନଷ୍ଟ କରାଯାଇ ଥିବା ବେଳେ ଏହାର ଆନୁମାନିକ ବଜାର ଦର ୯ କୋଟି ଟଙ୍କା ହେବ ବୋଲି ଗଜପତି ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି।
Related Posts
ପିକରଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ଶିଶୁ ମହୋତ୍ସବ ସୁରଭି ଆୟୋଜିତ
ପିକରଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ଶିଶୁ ମହୋତ୍ସବ ସୁରଭି ଆୟୋଜିତ କନ୍ଧମାଳ :- (ରିପୋର୍ଟ କୁନା ଦିଗାଲ )ଟିକାବାଲି ବ୍ଲକ ର ଗସାଗୁଡା କ୍ଲଷ୍ଟରର ଆଞ୍ଚଳିକ…
ସୁଭଦ୍ରା ସଚେତନତା ରଥ’ର ଶୁଭ ଉଦଘାଟନ ହୋଇଯାଇଛି l
କୋରାପୁଟ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଆଜି ମାନ୍ୟବର ମନ୍ତ୍ରୀ ଙ୍କ ଦ୍ବାରା ‘ସୁଭଦ୍ରା ସଚେତନତା ରଥ’ର ଶୁଭ ଉଦଘାଟନ ହୋଇଯାଇଛି । ଉଦଘାଟନୀ କାର୍ଯ୍ୟକ୍ରମରେ ମାନ୍ୟବର ବିଧାୟକମାନଙ୍କ…
ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ଯାଇଥିବା ରାସ୍ତା ଅବରୋଧ
ସୁନାବେଡ଼ା:(ରିପୋର୍ଟ ମନୋଜ କୁମାର ପଟ୍ଟନାୟକ) ସୁନାବେଡା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ନିକଟରେ ସୁନାବେଡା ପୌର ପରିଷଦ ପକ୍ଷରୁ ୨୦୨୧ ରେ ଏକ ଅଡିଟୋରିଅମ ର ନିର୍ମାଣ କାର୍ଯ୍ୟ…