Mମହେନ୍ଦ୍ର ତନୟା ମହୋତ୍ସବ 2024 ଉଦଘାଟିତ
ମହେନ୍ଦ୍ର ତନୟା ମହୋତ୍ସବ 2024 ଉଦଘାଟିତ ।ଗଜପତି (ମନୋଜ ପାଢୀ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ଗୋଶାଣୀ ବ୍ଳକର ମିଶନଶକ୍ତି କାଫେ ସମ୍ମୁଖରେ ମହେନ୍ଦ୍ରତନୟା ମହୋତ୍ସବ 2024 ଉଦଘାଟିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଗୋଶାଣୀ ବ୍ଳକ ଅଧ୍ୟକ୍ଷ ଏନ ବୀରରାଜୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଗୋଶାଣୀ ପଞ୍ଚାୟତ ସମିତିର ଉପାଧ୍ୟକ୍ଷ ଏସ ଅନୁସୂୟା ଦେବୀ, ଗୋଶାଣୀ ବ୍ଳକ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଗୌର ଚନ୍ଦ୍ର ପଟ୍ଟନାୟକ, ସହକାରୀ ନିର୍ବାହୀ ଯନ୍ତ୍ରୀ ସସ୍ମିତା କୁମାରୀ ଜେନା, ଏକାଉଟାଣ୍ଟ ଗଜେନ୍ଦ୍ର ବେହେରା ପ୍ରମୁଖ ମଞ୍ଚାସିନ ଥିଲେ । ମୁଖ୍ୟ ଅତିଥି ବ୍ଳକ ଅଧ୍ୟକ୍ଷ ଏନ ବୀର ରାଜୁ ପ୍ରଦୀପ ପ୍ରଜ୍ବଳନ କରି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ । ଗୁରୁ ରଘୁନାଥ ପାତ୍ରଙ୍କ ନିର୍ଦ୍ଦେଶନାରେ ଭକ୍ତି ସଂସଦ ପକ୍ଷରୁ ସ୍ୱାଗତ ସଙ୍ଗୀତ ଗାନ କରାଯାଇଛି । ସି ଆର ସି ରଶ୍ମିତା ସାମଲ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଗୌରଚନ୍ଦ୍ର ପଟ୍ଟନାୟକ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ । ଏହି କାର୍ଯ୍ୟକ୍ରମର ମୂଳ ଲକ୍ଷ୍ୟ ହେଉଛି ଅଞ୍ଚଳର ଲୋକକଳା ଓ ନୃତ୍ୟ, ସଙ୍ଗୀତ ପ୍ରଭୃତି ଲୁକ୍କାୟିତ ପ୍ରତିଭାକୁ ଲୋକଲୋଚନକୁ ଆଣିବା । ତେଣୁ ବିଭିନ୍ନ ଅନୁଷ୍ଠାନରୁ ଆସିଥିବା କଳାକାର ମାନେ ନିଜର କଳା ପରିବେଷଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଜୀ ତିରୁପତି ରାଓ, ପୋୖର ପରିଷଦ ଅଧ୍ୟକ୍ଷା ନିର୍ମଳା ସେଠୀ, ତହସିଲଦାର ନାରାୟଣ ବେହେରା, ସରପଞ୍ଚ,ସମିତି ସଭ୍ୟଙ୍କ ସମେତ ବ୍ଳକର କର୍ମଚାରି ମାନେ ଉପସ୍ଥିତ ରହି କାର୍ଯ୍ଯକ୍ରମକୁ ସଫଳ ରୂପାୟନ କରିଥିଲେ।[09/12, 6:46 pm] Manoj Ku Padhi Pkd: ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ..ଗଜପତି(ମନୋଜ ପାଢୀ/୯/୧୨/୨୪ପାରଳାଖେମଣ୍ଡି,ଗଜପତି ଜିଲ୍ଲା ଗୁମ୍ମା ବ୍ଲକ ଅନ୍ତର୍ଗତ ବୃଷଭ ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶ, ଆରକ୍ଷୀ ଅଧିକ୍ଷକ ଶ୍ରୀ ଜତିନ୍ଦ୍ର କୁମାର ପଣ୍ଡା , ଡ଼.ଗୁଣନିଧି ନାୟକ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଗଜପତି ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ବୃଷଭ ଗ୍ରାମ ପଞ୍ଚାୟତ ସମେତ ବାଇଝଲ ,ଗାଇବା ଓ ପରିଡ଼ା ପଞ୍ଚାୟତର ସମୁଦାୟ ମୋଟ-୮୧ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୨୭ ଗୋଟି,ଗ୍ରାମ ଭିତ୍ତିକ ସମସ୍ୟା- ୪୫ ଓ ୯ ଗୋଟି ଅଭିଯୋଗକୁ ତୁରନ୍ତ ସମାଧାନ କରାଯାଇଛି । ଅନ୍ୟ ସବୁ ସମସ୍ତ ଅଭିଯୋଗ ଗୁଡିକ ତୁରନ୍ତ ସମାଧାନ କରିବା ନିମନ୍ତେ ବିଭାଗୀୟ ଅଧିକାରୀଙ୍କୁ ଜିଲ୍ଲାପାଳ ନିର୍ଦ୍ଧେଶ ଦେଇଥିଲେ। ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ପ୍ରଧାନମନ୍ତ୍ରୀ ଆବାସୀ ଯୋଜନା,ସାମାଜିକ ସୁରକ୍ଷା,ଜମି ପଟ୍ଟା,ମନରେଗା,ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା,ଜଳ ସେଚନ, ସ୍ଵାସ୍ଥ୍ୟ ଓ ରାସ୍ତା ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା । ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ଗୁମ୍ମା ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ସୁନେମୀ ମଣ୍ଡଳ, ପ୍ରକଳ୍ପ ପ୍ରଶାସକ ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ପାରଳାଖେମୁଣ୍ଡି ଶ୍ରୀ ଅଂଶୁମାନ ମହାପାତ୍ର , ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାର, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ମହମ୍ମଦ ଅଲ୍ଲୀ, ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ଅଧିକାରୀ ଶ୍ରୀ ସନ୍ତୋଷ ନାୟକ ସ୍ଥାନୀୟ ସରପଞ୍ଚ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଅଭିଯୋଗ ଶୁଣାଣୀ ରେ ଉପସ୍ଥିତ ଥିଲେ।