ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ରେଜଲ୍ଟ; ୯୬.୦୭ ଛାତ୍ରଛାତ୍ରୀ ପାସ୍ କଟକ: କଟକ ସ୍ଥିତ ବୋର୍ଡ କାର୍ଯ୍ୟାଳୟରେ ପ୍ରକାଶ ପାଇଛି ମାଟ୍ରିକ ପରୀକ୍ଷା ଫଳ । ଚଳିତ ବର୍ଷ ପାସ୍ ହାର ୯୬.୦୭ ପ୍ରତିଶତ ରହିଛି । ତେବେ ଛାତ୍ରଙ୍କ ଅପେକ୍ଷା ଚଳିତ ବର୍ଷ ଛାତ୍ରୀଙ୍କ ପାସ୍ ହାର ଅଧିକ ରହିଛି ବୋଲି ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି । ସେହିପରି ବୋର୍ଡ ପକ୍ଷରୁ ଦିଆଯାଇଥିବା ତଥ୍ୟ ଅନୁସାରେ, ଚଳିତ ବର୍ଷ ପ୍ରକାଶ ପାଇଥିବା ରେଜଲ୍ଟରେ ଝିଅଙ୍କ ପାସ୍ ହାର ୯୬.୭୩% ରହିଥିବା ବେଳେ ପୁଅଙ୍କ ପାସ୍ ହାର ୯୬.୩୯% । ମୋଟ ୫ ଲକ୍ଷ ୪୧ ହଜାର ୬୧ ଜଣ ପରୀକ୍ଷା ଦେଇଥିଲେ । ସେଥି ମଧ୍ୟରୁ ପାସ୍ ୫ ଲକ୍ଷ ୩୦ ହଜାର ୧୫୩ ଜଣ ଛାତ୍ରଛାତ୍ରୀ କରିଛନ୍ତି । ତେବେ ରେଜଲ୍ଟ ବାହାରିବାର ଘଣ୍ଟାଏ ପରେ ଅର୍ଥାତ ସାଢେ ୧୧ ଟାରୁ ବୋର୍ଡ ୱେବସାଇଟ୍ www.bseodisha.ac.in ରେ ଉପଲବ୍ଧ ହେବ । ଏସଏମଏସ ଜରିଆରେ ମଧ୍ୟ ପରୀକ୍ଷାର୍ଥୀ ରେଜଲ୍ଟ ଜାଣି ପାରିବେ । ସେଥିଲାଗି OR10 ସ୍ପେସ୍ ନିଜ ରୋଲ ନମ୍ବର ଲେଖି 5676750କୁ ସେଣ୍ଡ କରିବାକୁ ପଡିବ । ଅପରାହ୍ଣ ୪ଟାରୁ କୃତ୍ତି ଛାତ୍ରଛାତ୍ରୀ ସେମାନଙ୍କ ଡିଜିଟାଲ ସାର୍ଟିଫିକେଟ୍ ଡାଉନଲୋଡ କରିପାରିବେ। ହ୍ବାର୍ଟସଆପ୍ ମାଧ୍ୟମରେ ଡିଜିଟାଲ ସାର୍ଟିଫିକେଟ ପାଇବାକୁ 7710058192କୁ BSE/ Hi ଲେଖି ପଠାଇବାକୁ ପଡିବ। ସୂଚନାଯୋଗ୍ୟ ଯେ, ଚଳିତ ବର୍ଷ ଫେବୃୟାରୀ ୨୦ରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହୋଇ ମାର୍ଚ୍ଚ ୪ରେ ଶେଷ ହୋଇଥିଲା। ଏଥର ପରୀକ୍ଷା ଦେଇଛନ୍ତି ୫ ଲକ୍ଷ ୫୧ ହଜାର ୬୧୧ ପରୀକ୍ଷାର୍ଥୀ । ପରୀକ୍ଷା ଫଳକୁ ନେଇ ଯଦି କୌଣସି ଦ୍ବନ୍ଦ୍ବ ରୁହେ ତେବେ ମେ’ ୨୯ରୁ ଜୁନ୍ ୧୨ ତାରିଖ ମଧ୍ୟରେ ରେ ଚେକିଂ ପାଇଁ ଅବେଦନ କରାଯାଇପାରିବ। କେବଳ ଅନ୍ଲାଇନ୍ ଜରିଆରେ ହିଁ ରିଚେକିଂ ପାଇଁ ଆବେଦନ କରାଯାଇପାରିବ।
Related Posts

Odisha DGP orders SIT probe into Khallikote murder case
Odisha DGP orders SIT probe into Khallikote murder case Bhubaneswar: Odisha DGP Arun Sarangi on Friday ordered that the Special…

୨ଟି ପ୍ରସ୍ତାବକୁ ମିଳିଲା କ୍ୟାବିନେଟ ଅନୁମୋଦନ
୨ଟି ପ୍ରସ୍ତାବକୁ ମିଳିଲା କ୍ୟାବିନେଟ ଅନୁମୋଦନ ଭୁବନେଶ୍ୱର: ଆଜି ଓଡ଼ିଶା ମୂଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟର ବୈଠକରେ ଦୁଇଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି।ଓଡ଼ିଶା…

ଓଡ଼ିଶା ସରକାରଙ୍କ ମହିଳା କର୍ମଚାରୀଙ୍କ ପାଇଁ ବର୍ଷକୁ ୧୨ ଦିନ ଅତିରିକ୍ତ ସାମୟିକ ଛୁଟି ଘୋଷଣା
ଓଡ଼ିଶା ସରକାରଙ୍କ ମହିଳା କର୍ମଚାରୀଙ୍କ ପାଇଁ ବର୍ଷକୁ ୧୨ ଦିନ ଅତିରିକ୍ତ ସାମୟିକ ଛୁଟି ଘୋଷଣା ଭୁବନେଶ୍ୱର: ଓଡ଼ିଶା ସରକାରଙ୍କ ମହିଳା କର୍ମଚାରୀଙ୍କ ପାଇଁ ଅତିରିକ୍ତ ସାମୟିକ…