ବାର୍ଷିକ ଟେରାକୋଟା ପ୍ରଦର୍ଶନୀ ‘ମୂର୍ତ୍ତିକା’-୨୦୨୪ କାର୍ଯ୍ୟକ୍ରମ ଅନୁଷ୍ଠିତ।ଭୁବନେଶ୍ୱର:-ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଆନୁକୂଲ୍ୟରେ ହସ୍ତ ଓ କୁଟୀର ଶିଳ୍ପ ନିର୍ଦ୍ଦେଶାଳୟ ତରଫରୁ ବାର୍ଷିକ ଟେରାକୋଟା ପ୍ରଦର୍ଶନୀ ଆରମ୍ଭ ହୋଇଛି । ଶନିବାର ସନ୍ଧ୍ୟା ରେ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ସଚିବ ଅରବିନ୍ଦ ପାଢ଼ୀ ଏହି ପ୍ରଦର୍ଶନୀକୁ ସ୍ଥାନୀୟ ଇଡ଼୍କୋ ପ୍ରଦର୍ଶନୀ ପଡ଼ିଆରେ ଉଦ୍ଘାଟନ କରିଛନ୍ତି । ଏହି ପ୍ରଦର୍ଶନୀରେ ଅଂଶ ଗ୍ରହଣ କଳିଙ୍ଗାୟନ ତୌର୍ୟତ୍ରିକମ ନୃତ୍ୟାଙ୍ଗନା ମାନେ ନିଜ ନିଜ ର ନୃତ୍ୟ ପରିବେଷଣ କରିଥିଲେ। କଳିଙ୍ଗାୟନ ତୌର୍ୟତ୍ରିକମ ନୃତ୍ୟାଙ୍ଗନା ମାନଙ୍କ ନୃତ୍ୟ ରେ ଝୁମିଥିଲେ ଦର୍ଶକ।ଆୟୋଜିତ ସାଂସ୍କୃତିକ କାର୍ଯ୍ୟକ୍ରମ ଗୁରୁ ଶ୍ରୀମତି ପୁଷ୍ପିତା ମିଶ୍ର ଓ ଅନୁଷ୍ଠାନ ର ଅଧ୍ୟକ୍ଷା ଗୁରୁ ମିତା ଦାସ ଙ୍କ ନିର୍ଦ୍ଦେଶନା ରେ କଳିଙ୍ଗାୟନ ତୌର୍ୟତ୍ରିକମ ନୃତ୍ୟ ଅନୁଷ୍ଠାନ ର ନୃତ୍ୟାଙ୍ଗନା ମନେ ନିଜ ନିଜ ନୃତ୍ୟ ପରିବେଷଣ କରି ଦର୍ଶକ ମାନଙ୍କ ମନ ମୋହି ଥିଲେ।ଏହି ପ୍ରଦର୍ଶନୀରେ ଅଂଶ ଗ୍ରହଣ କରୁଥିବା ଜିଲ୍ଲାଗୁଡ଼ିକ ହେଲା କେନ୍ଦୁଝର, ଯାଜପୁର, ବାଲେଶ୍ୱର, ସୁବର୍ଣ୍ଣପୁର, ବରଗଡ଼, ରାୟଗଡ଼ା, ଖୋର୍ଦ୍ଧା, ନୟାଗଡ଼, ଢ଼େଙ୍କାନାଳ, ମୟୁରଭଞ୍ଜ, ଜଗତସିଂହପୁର, ଭଦ୍ରକ, କଟକ,ନବରଙ୍ଗପୁର, ସମ୍ବଲପୁର, ବଲାଙ୍ଗୀର, କେନ୍ଦ୍ରାପଡ଼ା, ପୁରୀ, ସୁନ୍ଦରଗଡ଼, ମାଲକାନଗିରି ଓ କୋରାପୁଟ ପ୍ରମୁଖ ଅନ୍ତର୍ଭୁକ୍ତ। ରିପୋର୍ଟ :କୈଳାଶ ଚନ୍ଦ୍ର ଚୌଧୁରୀ।
Related Posts
ଦେହରେ ଟାଟୁ କରିପାରିବେନି ପୁଲିସ ଅଧିକାରୀ।
ଭୁବନେଶ୍ଵର; ଡିସିପି କହିଛନ୍ତି ଯେ ଦେହରେ ଟାଟୁ କଲେ ଓଡିଶା ପୁଲିସର ସମ୍ମାନ ହାନି ହେଉଛି। ଯଦି କେହି ଟାଟୁ ନ ଲିଭାନ୍ତି, ତେବେ ବିଭାଗୀୟ କାର୍ଯ୍ୟାନୁଷ୍ଠାନ…
ଅଧାରେ ରହିଲା ପୁରୀ ତ୍ରୀର୍ଥଯାତ୍ରା
ଜଳେଶ୍ବର: ଅଧାରେ ରହିଲା ପୁରୀ ତ୍ରୀର୍ଥଯାତ୍ରା। ଉତ୍ତର ପ୍ରଦେଶରରୁ ତୀର୍ଥଯାତ୍ରୀଙ୍କୁ ନେଇ ପୁରୀ ଅଭିମୁଖେ ଯାଉଥିବା ଏକ ଘରୋଇ ବସ୍ ବାଲେଶ୍ବର ଜିଲ୍ଲା ଜଳେଶ୍ବର ଥାନା ଅଧୀନ…
ରକ୍ତଦାତା ସଂଗଠନ ଓ ବ୍ୟକ୍ତି ବିଶେଷଙ୍କୁ ନ୍ୟୁ ଅଡିଟୋରିୟମ ହଲ୍ ଠାରେ ସମ୍ମାନିତ
ପଶ୍ଚିମ ଓଡିଶାର ବୀରସୁରେନ୍ଦ୍ର ସାଏ ମେଡିକାଲ କଲେଜ ବୁର୍ଲା ରକ୍ତ ଭଣ୍ଡାର ତରଫରୁ ରକ୍ତଦାତା ସଂଗଠନ ଓ ବ୍ୟକ୍ତି ବିଶେଷଙ୍କୁ ନ୍ୟୁ ଅଡିଟୋରିୟମ ହଲ୍ ଠାରେ ସମ୍ମାନିତ…