ଲସ୍ତଲା ଗ୍ରାମ ଠାରେ ଗିରି ଗୋବର୍ଦ୍ଧନ ପୂଜା ଅବସରରେ ରକ୍ତଦାନ ଶିବିରରେ ବରଗଡ ରକ୍ତଭଣ୍ଡାର ୩୨ୟୁନିଟ ରକ୍ତ ସଂଗ୍ରହ କରିଥିଲେ। ବରଗଡ ୧,୧୧–(ଭବାନୀ ଶଙ୍କର ପାଢ଼ୀ) ବରଗଡ଼ ଜିଲ୍ଲା ଅତାବିରା ଅନ୍ତର୍ଗତ ଲସ୍ତଲା ଗ୍ରାମ ରେ ଗିରି ଗୋବର୍ଦ୍ଧନ ପୂଜା ଅବସରରେ ଏକ ସ୍ଵେଚ୍ଛାକୃତ ରକ୍ତ ଦାନ ଶିବିର ଆୟୋଜନ କରାଯାଇ ଥିଲା। ଏହି ଶିବିର ରେ ମୁଖ୍ୟ ଅତିଥି ଭାବରେ ଅତାବିରା ବିଧାୟକ ଶ୍ରୀଯୁକ୍ତ ନିହାର ରଞ୍ଜନ ମହାନନ୍ଦ, ଭାରତୀୟ ଜନତା ପାର୍ଟି ର ବରଗଡ ଜିଲ୍ଲା ସଭାପତି ଡଃ ଅରୂପାନଂଦ ସାହୁ ଯୋଗ ଦେଇ ଫିତା କାଟି ଶିବିର କୁ ଶୁଭାରମ୍ଭ କରିଥିଲେ। ଏହି ଶିବିର ରୁ ତିନି ଜଣ ମହିଳା ଓ ୨୯ଜଣ ପୁରୁଷ ରକ୍ତଦାତା ଙ୍କ ସମେତ ସର୍ବମୋଟ ୩୨ୟୁନିଟ ରକ୍ତ ବରଗଡ଼ ରକ୍ତ ଭଣ୍ଡାର ଦ୍ଵାରା ସଂଗୃହୀତ ହୋଇଥିଲା ।ପରିଶେଷରେ ରକ୍ତଦାନ ଶିବିର ଆୟୋଜନ ପାଇଁ ଲସ୍ତଲା ଗ୍ରାମ୍ୟ ଉନ୍ନୟନ କମିଟି ର ସଭାପତି ଖିରେଶ୍ୱର ପଧାନ ଓ ଗ୍ରାମବାସୀ ଙ୍କୁ ନିଷ୍ଠା ପରିବାର ତରଫ ରୁ ଏକ ସ୍ମୃତି ଫଳକ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା। ଏହି ଶିବିର କୁ ସୁମନ୍ତ ନାୟକ, ରାଜେନ୍ଦ୍ର ମହାକୁଡ, ଦୀପକ ପଧାନ, ଲସ୍ତଲା ଗ୍ରାମବାସୀ ଓ ନିଷ୍ଠା ପରିବାର ର ଉପଦେଷ୍ଟା ଶ୍ରୀଯୁକ୍ତ ଅଶ୍ୱିନୀ ତ୍ରିପାଠୀ,କୋଷାଧ୍ୟକ୍ଷ ଶ୍ୟାମ ସୁନ୍ଦର ସାହୁ, ଚିତ୍ର ପ୍ରଧାନ, ସଙ୍କେତ ଆଠଘରା, ଖଗେଶ୍ବର ସାହୁ, ହେମାଞ୍ଚଲ ସାହୁ ନିଷ୍ଠା ପରିବାର ର ସଦସ୍ୟ ପ୍ରମୁଖ ପରିଚାଳନା କରିଥଲେ। ସମସ୍ତ ରକ୍ତଦାତା, ସହଯୋଗୀ ଓ ଶୁଭେଚ୍ଛୁ ମାନଙ୍କୁ ନିଷ୍ଠା ପରିବାର ତରଫ ରୁ ଧନ୍ୟବାଦ ଅର୍ପଣ କରାଯାଇଥିଲା।
Related Posts
ଓଡ଼ିଶା ରାଜ୍ୟ ସଂଗ୍ରହାଳୟ ପରିସରରେ ଆନ୍ତର୍ଜାତିକ ଚିତ୍ରକଳା ପ୍ରଦର୍ଶନୀ
ଓଡ଼ିଶା ରାଜ୍ୟ ସଂଗ୍ରହାଳୟ ପରିସରରେ ଆନ୍ତର୍ଜାତିକ ଚିତ୍ରକଳା ପ୍ରଦର୍ଶନୀ ଭୁବନେଶ୍ୱର: (Abhishek Mohanty) ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ଅବସରରେ ଓଡ଼ିଶା ରାଜ୍ୟ ସଂଗ୍ରହାଳୟରେ ଏକ ଆନ୍ତର୍ଜାତିକ…
PM Modi at Berhampur
BJP is only hope for Odisha: PM Modi at Berhampur Berhampur:(Abhishek Mohanty) Prime Minister Narendra Modi on Monday addressed a…
ସେଞ୍ଚୁରିଆନ ବିଶ୍ଵବିଦ୍ୟାଳୟ ପକ୍ଷରୁ ୬୩ତମ ଜାତୀୟ ଫାର୍ମାସୀ ସପ୍ତାହ ଉପଲକ୍ଷେ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ
ସେଞ୍ଚୁରିଆନ ବିଶ୍ଵବିଦ୍ୟାଳୟ ପକ୍ଷରୁ ୬୩ତମ ଜାତୀୟ ଫାର୍ମାସୀ ସପ୍ତାହ ଉପଲକ୍ଷେ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ ରାୟଗଡା : ୬୩ତମ ଜାତୀୟ ଫାର୍ମାସୀ ସପ୍ତାହ ପାଳନ ଅବସରରେ…